39.1 C
Bhubaneswar
Friday, April 26, 2024
Homeଓଡିଶାକରୋନା ଚିନ୍ତା : ଏପ୍ରିଲ ୧୫ ପର୍ଯ୍ୟନ୍ତ ବଢ଼ିଲା କଟକଣା

କରୋନା ଚିନ୍ତା : ଏପ୍ରିଲ ୧୫ ପର୍ଯ୍ୟନ୍ତ ବଢ଼ିଲା କଟକଣା

ଭୁବନେଶ୍ୱର : ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କରୋନା ଭଳି ବିପର୍ଯ୍ୟୟର ମୁକାବିଲା ପାଇଁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ଠାରୁ ଆରମ୍ଭ କରି ମଲ୍ ବନ୍ଦ କରାଯିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଥିଲା। ତେବେ ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏନେଇ ଖୋଦ ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଏହାସହ ସହଯୋଗ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।
https://onakhabar.com/2020/03/16/corona-alert-indian-abroads-have-to-register-in-next-48-hour/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking