ପୂର୍ବତନ ସାଂସଦ ଡ. କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ

ଭୋଗରାଇ : ବାଲେଶ୍ବରର ପୂର୍ବତନ ସାଂସଦ ତଥା ଭୋଗରାଇର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଡ.କାର୍ତ୍ତିକେଶ୍ବର ପାତ୍ରଙ୍କ ଦେହାନ୍ତ ହୋଇଛି। ଅସୁସ୍ଥତା ଅନୁଭବ କରିବାରୁ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ବର ନିଆ ଯାଉଥିବାବେଳେ ସୋମବାର ରାତିରେ ଭଦ୍ରକ ନିକଟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ବର୍ଷ ବୟସ ହୋଇଥିଲା। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବା ପରେ ସମଗ୍ର ବାଲେଶ୍ବର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।

LEAVE A REPLY

Please enter your comment!
Please enter your name here