25.1 C
Bhubaneswar
Thursday, March 19, 2026
Homeଓଡିଶାରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ଆଜି ଆସିଛି । ଆସନ୍ତା କାଲି ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରୁ ୫.୧୦ ରେ ବାହାରି ୫.୩୦ମିନିଟ ରେ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ । ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତି ୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ ପରେ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହାପରେ ୧୦.୫୦ରେ ପୁରୀ ସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ୪ତାରିଖ ଦିନ ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking