33.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା !

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର : ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିିିଛି । ଲଘୁଚାପର ରୂପ ନେଉଛି ବଙ୍ଗୋପସାଗରରେ ସୃଷ୍ଟ ସାଇକ୍ଲୋନିକ ସର୍କୁଲେସନ୍ । ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୦ରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷିବ ଓ ୧୧ତାରିଖ ଦିନ ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ନିକଟବର୍ତ୍ତୀ ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହିତ ୪୦ରୁ ୫୦କିମି ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀମାନେ ୧୦ରୁ ୧୨ ତାରିଖ ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ଆଜି ସୁଦ୍ଧା ଫେରି ଆସିବାକୁ କୁହାଯାଇଛି। ଲଘୁଚାପଜନିତ ବର୍ଷା ଉପରେ ସତର୍କ ନଜର ରଖିବା ଓ ଯେକୌଣସି ପ୍ରତିକୂଳ ପରିସ୍ଥିତିରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଯେଉଁସବୁ ଜିଲ୍ଲାରେ ଅଧିକ ବର୍ଷା ହେବ ସେ ସମ୍ପର୍କରେ ତୁରନ୍ତ ଏସଆରସି କାର୍ଯ୍ୟାଳୟକୁ ଜଣାଇବା ପାଇଁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking