38.1 C
Bhubaneswar
Friday, April 26, 2024
Homeଓଡିଶାଆସନ୍ତାକାଲି ଠାରୁ ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଆସନ୍ତାକାଲି ଠାରୁ ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେବେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିପାରେ । ଏହାସହ ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ମାତ୍ରାରେ ବର୍ଷିବ । ୨୧ ତାରିଖ ପର୍ଯ୍ୟନ୍ତ କେତେଗୁଡିଏ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
https://onakhabar.com/2020/06/16/small-cabins-removed-from-puri-bada-danda/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking