32.1 C
Bhubaneswar
Tuesday, April 23, 2024
Homeଓଡିଶାରାଜ୍ୟରେ କେତେକ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ରାଜ୍ୟରେ କେତେକ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ ଧୀରେ ଧୀରେ ଘନିଭୂତ ହୋଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବା ପରେ ପୁଣି ଉତ୍ତର-ଉତ୍ତର- ପୂର୍ବ ଦିଗ ମିଆଁମାର ଆଡ଼କୁୁ ଗତି କରିବା ସମ୍ଭାବନା ରହିଛି। ତେବେ ଏହି ଝଡ଼ର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ୩୦ରୁ ୪୦ କି.ମି. ବେଗରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲା ସମେତ ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ବୌଦ୍ଧ ଏବଂ ବଲାଙ୍ଗୀରରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ ଏବଂ ଓଡ଼ିଶା ଉପର ଦେଇ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking