32.1 C
Bhubaneswar
Friday, April 26, 2024
Homeଓଡିଶାଆସୁଛି ଲଘୁଚାପ : ୨୩ ଯାଏଁ ଅଧିକାଂଶ ଜିଲ୍ଲାରେ ବର୍ଷା

ଆସୁଛି ଲଘୁଚାପ : ୨୩ ଯାଏଁ ଅଧିକାଂଶ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର : ଓଡ଼ିଶା ଉପକୂଳର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଆସନ୍ତା ସପ୍ତାହରେ ଅଧିକ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୦ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସେପ୍‍ଟେମ୍ବର ୨୩ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ବର୍ଷାଜନିତ ପରିସ୍ଥିତି ପାଇ ସଜାଗ ରହିବାକୁ ଏସଆରସି ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ରୁ ରାଜ୍ୟରେ କେତେକ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାରେ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍‍ଟେମ୍ବର ୧୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୨୦ରେ ମାଲକାନଗିରି, କୋରାପୁଟ ନବରଙ୍ଗପୁର, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ରେ ସୋନପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking