28.1 C
Bhubaneswar
Friday, March 29, 2024
Homeଓଡିଶାଆଜିଠାରୁ ରାଜ୍ୟରେ କାଳବୈଶାଖୀ

ଆଜିଠାରୁ ରାଜ୍ୟରେ କାଳବୈଶାଖୀ

ଭୁବନେଶ୍ବର : ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମିଥିବା ବେଳେ ଆଜି ପୁଣି ଥରେ ପାରଦ ସ୍ତର ବଢ଼ିଛି। ଆଜି ମଧ୍ୟ ତାପମାତ୍ରା ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ତେବ‌େ ସଂନ୍ଧ୍ୟା ବେଳଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ସେତେ ବଢ଼ିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
କେନ୍ଦ୍ରର ଆକଳନ ଅନୁଯାୟୀ, ୭ ତାରିଖ ସଂନ୍ଧ୍ୟା ସମୟ ଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ‌ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଆଦି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହ ୮ତାରିଖ ଦିନ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, କେନ୍ଦୁଝର, ସୁନ୍ଦରଗଡ଼, ସୋନପୁର ଓ ମୟୂରଭଞ୍ଜରେ କାଳବୈଶାଖୀର ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ତାପମାତ୍ରା କମିବ । ତେବେ ୧୦ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking