34.1 C
Bhubaneswar
Friday, March 29, 2024
Homeଓଡିଶାପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ବର୍ଷା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆଗୁଆ ପ୍ରସ୍ତୁତି ପାଇଁ ମଧ୍ୟ କୁହାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳ ଆଦି ରହିଛି । ଅନ୍ୟପଟେ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଗୁଡ଼ିକ ମଧ୍ୟରେ ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ରହିଛି ।  ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ ବଡ଼ ବର୍ଷାର ଆଶଙ୍କା କରାଯାଉଛି ।

ଏହାର ପ୍ରଭାବରେ  ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଆଦି ଜିଲ୍ଲାର ଏକାଧିକ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ବିଭିନ୍ନ ନଦୀରେ ଉପୁଜିପାରେ ବନ୍ୟା ଭଳି ସ୍ଥିତି ।

କଚ୍ଚା ରାସ୍ତା ବି ଧସିବା ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୩ ତାରିଖ ଯାଏଁ ୨୦ରୁ ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେଣେ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲଟି କମିଶନରଙ୍କୁ ଚିଠି ଲେଖାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking