29.1 C
Bhubaneswar
Monday, May 6, 2024
Homeଓଡିଶା୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୱାର୍ଣ୍ଣିଂ

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର : ଓଡ଼ିଶାରେ ସକ୍ରିୟ ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ । ସମଗ୍ର ରାଜ୍ୟରେ ଏହାର ପ୍ରଭାବ ନଜରକୁ ଆସିଥିବାବେଳେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଆଉ କିଛି ଅଞ୍ଚଳକୁ ମୌସୁମୀ ପ୍ରଭାବ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ଆଇଏମ୍‌ଡି ସୂଚନା ଅନୁସାରେ ଶନିବାର ମୌସୁମୀ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜକୁ ଛୁଇଁଛି । ଏହା ସହିତ ମୌସୁମୀ ପୁରୀ, ଖୋର୍ଦ୍ଧା, ନୟାଗଡ଼ର ଅଧିକାଂଶ ଅଞ୍ଚଳରେ ପହଞ୍ଚିଛି । ଆଗାମୀ ୨୪ ଘଣ୍ଟାରେ ମୌସୁମୀ ସମଗ୍ର ରାଜ୍ୟରେ ପ୍ରବେଶ କରିଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ସର୍ବଭାରତୀୟ ସ୍ତରରେ ମୌସୁମୀ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳ, ବିହାର ଓ ଝାଡ଼ଖଣ୍ଡର କିଛି ଅଞ୍ଚଳରେ ପହଞ୍ôଚଛି । ଆଗାମୀ ୨୪ ଘଣ୍ଟାରେ ଏହା ସମଗ୍ର ଝାରଖଣ୍ଡ, ବିହାରକୁ ଛୁଇଁବା ସହ ଉତ୍ତରପ୍ରଦେଶର କିଛି ଅଂଶକୁ ଛୁଇଁବ ।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ନିକଟରେ ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆହୁରି ଚିହ୍ନିତ ହୋଇ ଓଡ଼ିଶା, ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଓ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆସନ୍ତା କିଛି ଦିନ ରାଜ୍ୟରେ ପାଗ ମେଘୁଆ ରହିବା ସହ ଆକାଶ ମେଘାଚ୍ଛନ୍ନ ରହିବ । ପାରଦ ସମାନ୍ୟ ତଳମୁହାଁ ହେବା ସହ ସ୍ୱାଭାବିକ ନଚେତ୍ ସ୍ୱାଭାବିକରୁ କମ୍ ରହିବ । ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମ୍ପୃକ୍ତ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଦ୍ୱାରା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଏସ୍‌ଆର୍‌ସି ପ୍ରଦୀପ ଜେନା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠିଲେଖିଛନ୍ତି । ଶନିବାର ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ପ୍ରାୟ ୪୦୦ ମିମିରୁ ଊର୍ଦ୍ଧ୍ୱ ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱରରେ ସର୍ବାଧିକ ୫୨.୩ ମିମି ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking