32.1 C
Bhubaneswar
Thursday, March 28, 2024
Homeଓଡିଶା୫ ଦିନ ତୁହାକୁ ତୁହା ବର୍ଷା, ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୫ ଦିନ ତୁହାକୁ ତୁହା ବର୍ଷା, ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଏବେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ସମୁଦ୍ର ପତ୍ତନରେ ଲମ୍ବିଥିବା ନିମ୍ନ ଚାପରେଖ ବା ଟ୍ରଫ-ଲାଇନର ପ୍ରଭାବ ଏବଂ ଦକ୍ଷିଣ ବଙ୍ଗଳାଦେଶ ତଥା ତାର ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ରପତ୍ତନରୁ ୨.୧ରୁ ୭.୬ କିମି ଯାଏ ବ୍ୟାପିଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ମୌସୁମୀ ଜନିତ ବର୍ଷା ଲାଗିରହିଛି । ପାଣିପାଗ ନିୟାମକ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ମଧ୍ୟ ରାଜ୍ୟର ବହୁ ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ବୁଧବାର ୨୭ ଜିଲ୍ଲାକୁ ବର୍ଷା ସମ୍ଭାବନା ଥିବାବେଳେ ଗୁରୁବାର ୨୧ ଜିଲ୍ଲାକୁ, ଶୁକ୍ରବାର ୧୩ ଜିଲ୍ଲାକୁ ଓ ଶନିବାର ୪ରୁ ୫ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପକୂଳକୁ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା କିଛି ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନଥିବାବେଳେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରୀ ଓ ସର୍ବନିମ୍ନ ୨୭ ଡିଗ୍ରୀ ଯାଏ ରହିପାରେ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ଆର ବିଶ୍ୱାସ କହିଛନ୍ତି ।

ଅନ୍ୟପଟେ, ଜୁନ ୧ରୁ ୨୨ ସୁଦ୍ଧା ଓଡ଼ିଶାରେ ୧୩୯.୫ ମିମି ବର୍ଷା ଅନୁଭୂତ ହୋଇଛି, ଯାହା ସ୍ୱାଭାବିକ ବର୍ଷା ୧୩୭.୦ ମିମି ଠାରୁ ୨% ଅଧିକ । ୮ ଜିଲ୍ଲା ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡ଼ା, ସୁନ୍ଦରଗଡ଼, କୋରାପୁଟ ଏବଂ ମାଲକାନଗିରି ଠାରେ ସ୍ୱାଭାବିକରୁ ୨୦ରୁ ୫୯% ଯାଏଁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଠ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି । ଏବେସୁଦ୍ଧା ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୨୪୧.୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬୫.୭ ମିମି ବର୍ଷା ରେକର୍ଡ ହୋଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରାୟ ୩୫୦ ମିମି ବର୍ଷା ରେକର୍ଡ ହୋଇଛି । ବିଶେଷ କରି ଦ୍ୱୈତ-ସହର କଟକ ଏବଂ ଭୁବନେଶ୍ୱରରେ ମୌସୁମୀ ଜନିତ ବର୍ଷା ଲାଗିରହିଛି । ମଙ୍ଗଳବାର ଅପରାହ୍ନ ସୁଦ୍ଧା କଟକ ଓ ଭୁବନେଶ୍ୱରରୁ ପ୍ରାୟ ୧୩୦ ମିମି ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking