38.1 C
Bhubaneswar
Friday, April 26, 2024
Homeଓଡିଶାଆହୁରି ୩ ଦିନ ବର୍ଷିବ

ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ୱର : ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ବହୁ ଅଞ୍ଚଳ ବର୍ଷାରେ ଭିଜିବ । ଏନେଇ ଶୁକ୍ରବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ମୌସୁମୀର ପ୍ରଭାବ ଜାରି ରହିଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଆଦି ଜିଲ୍ଲାରେ ଆମାଗୀ ୨୪ ଘଣ୍ଟା ମଧ୍ୟରେ ବର୍ଷା ସହ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି । ଏଣୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସେହିଭଳି ୨୬ ଏବଂ ୨୭ ଦୁଇଦିନ ମଧ୍ୟରେ ଗଜପତି, ପୁରୀ, ଖୋର୍ଦ୍ଧା , ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଭଳି ଉପକୂଳ ଜିଲ୍ଲା ଏବଂ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଦକ୍ଷିଣପୂର୍ବ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking