40.1 C
Bhubaneswar
Thursday, April 25, 2024
Homeଓଡିଶା୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା

୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ୧୭ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏ ନେଇ ଜିଲ୍ଲାପାଳମାନଙ୍କୁ ଏସଆରସି ଚିଠି ଲେଖିଛନ୍ତି । ପାଣିପାଗ ବିଭାଗର ସୂଚନା ମୁତାବକ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, କଟକ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୟାଗଡ଼, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ହେବା ସହ ବର୍ଷା ଓ ଘଡ ଘଡିର ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଆସନ୍ତା ଦୁଇଦିନ ଯାଏଁ କାଳବୈଶାଖୀର ପ୍ରଭାବରେ ରାଜ୍ୟର ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପ ବର୍ଷା ସହ ଘଡଘଡି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଓ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର‌୍ୟ୍ୟନ୍ତ ରହିବ। ଏହି ଜିଲ୍ଲାଗୁଡିକରେ ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଠାରୁ କାଳବୈଶଖୀର ପ୍ରଭାବ ହ୍ରାସ ପାଇବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାଶ କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking