29.1 C
Bhubaneswar
Monday, May 6, 2024
Homeଓଡିଶା୨୩ ଜିଲ୍ଳାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

୨୩ ଜିଲ୍ଳାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୩ ଟି ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର,କଳାହାଣ୍ଡି , ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ , କଟକ , ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking