27.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର

ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର

ନୂଆଦିଲ୍ଲୀ : ସୁନା ପ୍ରତି ଭାରତୀୟଙ୍କ ଆଦର କେବେ କମିନାହିଁ । ବାହାଘର ସିଜିନରେ ସୁନା ଦର ହୁ ହୁ ବଢୁଛି । ଦାମ୍ ଶୁଣିଲେ ସାଧାରଣ ଲୋକ ସୁନା କିଣିବା ପାଇଁ ସାହସ କରି ପାରୁ ନାହାନ୍ତି । ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୯୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୨୮୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୪୫୦ ଟଙ୍କା ଟଙ୍କା ଓ ୬୪,୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୪୫୦ ଟଙ୍କା ଓ ୬୪,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୯,୦୦୦ ଟଙ୍କା ଓ ୬୪,୩୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୮୫୦ ଟଙ୍କା ଓ ୬୪,୨୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୫୦୦ଟଙ୍କା ରହିଥିବା ନେଇ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking