ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦାଧିକାରୀ ବୈଠକ । ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ବିଭିନ୍ନ ମନ୍ତ୍ରୀ ଓ ସଦସ୍ୟ ଉପସ୍ଥିତ ଥିଲେ । ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିବା ସହିତ ରାଜ୍ୟ ଓ କେନ୍ଦ୍ର ବଜେଟ୍କୁ ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଆଲୋଚନା କରାଯାଉଛି । ଏହି ବୈଠକରେ ଚଳିତ ବର୍ଷର ବଜେଟ ସମ୍ପର୍କରେ ଲୋକମାନଙ୍କୁ ଅବଗତ କରାଇବା ସହିତ ସେଥିରେ ଉପଯୁକ୍ତ ହିତାଧିକାରୀମାନଙ୍କୁ ସାମିଲ କରେଇବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି ।