30.1 C
Bhubaneswar
Friday, April 26, 2024
Homeଓଡିଶାବିଦ୍ୟୁତ୍ ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ

ଭଞ୍ଜନଗର : ବିଦ୍ୟୁତ ସଂସ୍ପର୍ଶରେ ଆସି ଜନୈକ ବ୍ୟକ୍ତିଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତକ ହେଲେ ଶୁକୁରୁ ବିଶ୍ବାଳ (୫୮) । ନିଜ ଘର ନିକଟରେ ଥିବା ବିଦ୍ୟୁତ ତା’ର ସଂସ୍ପର୍ଶରେ ଆସି ସେ ଗୁରୁତର ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ତୁରନ୍ତ ନିକଟସ୍ଥ ଗୋବରା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ଗାଙ୍ଗପୁର ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଏ ନେଇ ଗାଙ୍ଗପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking