24.1 C
Bhubaneswar
Monday, February 9, 2026
Homeଓଡିଶାଅଲିଭ୍ ରିଡ୍‌ଲେଙ୍କ ଅଣ୍ଡାଦାନ ଋତୁ ଆରମ୍ଭ; ୭ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଅଲିଭ୍ ରିଡ୍‌ଲେଙ୍କ ଅଣ୍ଡାଦାନ ଋତୁ ଆରମ୍ଭ; ୭ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା

ଅସ୍ତରଙ୍ଗ: ଆରମ୍ଭ ହେଲା ଅଲିଭ ରିଡଲେଙ୍କ ଅଣ୍ଡାଦାନ ଋତୁ। ଏଥିପାଇଁ ଶୁକ୍ରବାରଠାରୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ କଟକଣା ଜାରି କରାଯାଇଛି। ମେ’ ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ସମୁଦ୍ରକୂଳରୁ ୨୦କିଲୋମିଟର ପର୍ଯ୍ୟନ୍ତ ମାଛଧରା ନିଷେଧ କରାଯାଇଛି। ଏଥିସହ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସହ ଋଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମାଛ ଧରିବା ଉପରେ ରୋକ୍ ଲାଗିଛି। ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗିଛି। ନଭେମ୍ବର ୧ ତାରିଖ ଠାରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଶହ ଶହ ନଟିକାଲ ମାଇଲ ଅତିକ୍ରମ କରି ଅଲିଭ ରିଡଲ କଇଁଛ ସେମାନଙ୍କ ବଂଶ ବିସ୍ତାର ପାଇଁ ଆସିଥାନ୍ତି। କଇଁଛମାନେ ପ୍ରଜନନ କରିବା ପରେ ଅଣ୍ଡାଦେଇ ଛୁଆ ହେବା ପରେ ପୁଣି ନିଜ ନିଜ ଅଞ୍ଚଳକୁ ଫେରିଯାଇଥାନ୍ତି।

ଏହି ସମୟରେ ମାଛ ଧରିଲେ କଇଁଛମାନଙ୍କ ଜୀବନ ପ୍ରତି ବିପଦ ରହିଥିବାରୁ କଟକଣାକୁ କଡାକଡି କରାଯାଇଥିବା ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରଲର ଚଳାଚଳ ଯୋଗୁ କଇଁଛ ମରୁଥିବାରୁ ବନବିଭାଗ ଏହି ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖିଛି। ସମୁଦ୍ର ଉପକୂଳଠାରୁ ୨୦ମାଇଲ ପର୍ଯ୍ୟନ୍ତ କୌଣସି ଯନ୍ତ୍ରଚାଳିତ ଡଙ୍ଗା କିମ୍ବା ଟ୍ରଲର ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଛି। ଏହି ନିୟମକୁ ଯେଉଁ ମତ୍ସଜୀବୀ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଇ ଦିଆଯାଇଛି। ଶୀତଦିନ ଆରମ୍ଭ ହେଉଥିବାରୁ ଅଲିଭ ରିଡ଼ଲେ କଇଁଛ ଏହି ସମୟରେ ଅଣ୍ଡାଦାନ ପାଇଁ ଉପକୂଳ ଆଡକୁ ଆସିଥାନ୍ତି। ସେମାନଙ୍କ ସୁରକ୍ଷା ସହିତ ବିରଳ ମାଛବଂଶ ବୃଦ୍ଧି, ପ୍ରଜନନ ଓ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking