27.1 C
Bhubaneswar
Sunday, September 29, 2024
Homeଓଡିଶା୧୦ରେ ଦକ୍ଷିଣ ଓଡ଼ିଶାରେ ବର୍ଷା, ବାତ୍ୟା ପ୍ରଭାବରେ କମିବ ଥଣ୍ଡା

୧୦ରେ ଦକ୍ଷିଣ ଓଡ଼ିଶାରେ ବର୍ଷା, ବାତ୍ୟା ପ୍ରଭାବରେ କମିବ ଥଣ୍ଡା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ପ୍ରଭାବରେ ରାଜ୍ୟରେ ଥଣ୍ଡା କମିବ।ବାତ୍ୟା ଯୋଗୁଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ହେବ ଓ ଶୀତ କମିବ। ଅନ୍ୟପଟେ ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। ମାତ୍ର ବାତ୍ୟାର ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

୧୦ ତାରିଖ ଦିନ ଏହି ସବୁ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାର ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାତ୍ରି ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ବର୍ତ୍ତମାନ ସକ୍ରିୟ ଥିବା ସୁଦୃଶଃ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଉଷ୍ମ -ଜଳୀୟବାଷ୍ପ ପୂର୍ଣ୍ଣ ବାୟୁର ପ୍ରଭାବ ବୃଦ୍ଧି ହେବାରେ ଲାଗିଛି। ଏଥିପାଇଁ ଧୀରେ ଧୀରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ହେବ ବୋଲି କେନ୍ଦ୍ର କହିଛି। ବିଭାଗ କହିଛି ଯେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking