24.1 C
Bhubaneswar
Wednesday, March 11, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଦର୍ଶଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟକୁ ପତ୍ର ଲେଖିଲେ ରାଜ୍ୟ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଦର୍ଶଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟକୁ ପତ୍ର ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ପଣବନ୍ଦୀ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି। ଆଦର୍ଶଙ୍କ ସମ୍ପର୍କରେ ଗଣମାଧ୍ୟମରୁ ଜାଣିବା ପରେ ମୁଖ୍ୟମନ୍ତ୍ରୀ ସଙ୍ଗେ ସଙ୍ଗେ ଏ ସମ୍ପର୍କରେ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ରାଜ୍ୟର ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁଇନ୍ଦା ବିଭାଗ ମହାନିର୍ଦ୍ଦେଶକ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ପତ୍ରଲେଖି ଆଦର୍ଶଙ୍କୁ ଫେରାଇ ଆଣିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଛନ୍ତି। ଏଥି ସହିତ, ନୂଆଦିଲ୍ଲୀରେ ଅବସ୍ଥାପିତ ଆବାସିକ କମିଶନର ମଧ୍ୟ ବୈଦେଶିକ ମନ୍ତ୍ରାଳୟକୁ ପତ୍ରଲେଖି ସୁଦାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ କାର୍ଯ୍ୟାଳୟ ସହିତ ଯୋଗାଯୋଗରେ ରହି ଆଦର୍ଶଙ୍କ ଖୋଜ୍ ଖବର ନେବା ଏବଂ ତାଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ଅନୁରୋଧ କରିଛନ୍ତି। ସୂଚନା ଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା କୋଟକଣା ଗ୍ରାମର ଆଦର୍ଶ କୁମାର ବେହେରା ୨୦୨୨ ମସିହାରୁ ସୁଦାନରେ କାମ କରୁଛନ୍ତି। ନିକଟରେ ତାଙ୍କ ପରିବାର ବର୍ଗ ପାଖକୁ ଖବର ଆସିଥିଲା ଯେ, ଆଦର୍ଶ ବର୍ତ୍ତମାନ ନିଖୋଜ ଅଛନ୍ତି ଏବଂ ତାଙ୍କର କୌଣସି ଖୋଜ୍ ଖବର ମିଳୁନାହିଁ । ମୁଖ୍ୟମନ୍ତ୍ରୀ ଆଦର୍ଶଙ୍କ ପରିବାର ବର୍ଗଙ୍କୁ ଧୈର୍ଯ୍ୟର ସହ ଏହି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଆଶ୍ୱାସନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking