17.7 C
Bhubaneswar
Friday, December 27, 2024
Homeଓଡିଶାଜନ ଜାତୀୟ ଗୌରବ ଦିବସ ଅବସରରେ ଜନତା ମଇଦାନରେ ଭବ୍ୟ ଆୟୋଜନ

ଜନ ଜାତୀୟ ଗୌରବ ଦିବସ ଅବସରରେ ଜନତା ମଇଦାନରେ ଭବ୍ୟ ଆୟୋଜନ

• ଆଭାସୀ ମାଧ୍ୟମରେ ଯୋଗ ଦେବେ ମାନ୍ୟବର ପ୍ରଧାନମନ୍ତ୍ରୀ
• ଯୋଗ ଦେବେ ୧୦ ହଜାରରୁ ଉର୍ଦ୍ଧ୍ଵ ଜନସାଧାରଣ
ଭୁବନେଶ୍ୱର:  ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ହେବାକୁ ଯାଉଛି ରାଜ୍ୟସ୍ତରୀୟ ଜନ ଜାତୀୟ ଗୌରବ ଦିବସ । ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଭାସୀ ମାଧ୍ୟମରେ ଯୋଗ ଦେଇ ସଭାକୁ ସମ୍ବୋଧିତ କରିବେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରଭାତି ପରିଡ଼ାଙ୍କ ଉପସ୍ଥିତିରେ ଏହି ରାଜ୍ୟସ୍ତରୀୟ ବିର୍ସା ମୁଣ୍ଡା ଜୟନ୍ତୀ ଓ ଜନ ଜାତୀୟ ଗୌରବ ଦିବସ ସମାରୋହ ପାଳନ କରାଯିବ ।

କାର୍ଯ୍ୟକ୍ରମରେ ସମ୍ମାନନୀୟ ଅତିଥି ଭାବେ ମାନ୍ୟବର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଭେଙ୍କଟେଶ ଯୋଶୀ, ମାନ୍ୟବର କେନ୍ଦ୍ର ଶକ୍ତି, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟଶୋ ନାଏକ, ମାନ୍ୟବର ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଉପସ୍ଥିତ ରହିବେ । ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ୧୦ ହଜାରରୁ ଉର୍ଦ୍ଧ୍ଵ ଜନସାଧାରଣଙ୍କ ସମାଗମ ହେବ । ଏଥିସହିତ ରାଜ୍ୟର ୨୭ ଟି ଜିଲ୍ଲାର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ପାଳନ ଅବସରରେ ମାନ୍ୟବର ମନ୍ତ୍ରୀଗଣ ଓ ଅନ୍ୟାନ୍ୟ ବିଶିଷ୍ଟ ଅତିଥିବୃନ୍ଦ ଯୋଗ ଦେବେ । ସୁନ୍ଦରଗଡ ଜିଲ୍ଲାରେ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଯୋଗ ଦେବାକୁ କାର୍ଯ୍ୟକ୍ରମ ଥିବା ବେଳେ କଳାହାଣ୍ଡିରେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଢେଙ୍କାନାଳରେ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, କଟକରେ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମାଲକାନାଗିରିରେ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ଗଞ୍ଜାମରେ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ମୟୂରଭଞ୍ଜରେ ମନ୍ତ୍ରୀ ଡ଼ କୃଷ୍ଣ ଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, କଳାହାଣ୍ଡିରେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଯାଜପୁରରେ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ, ବାଲେଶ୍ବରରେ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ସ୍ଥାନୀୟ ସାଂସଦ ଓ ବିଧାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ବିପ୍ଲବୀ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ପୂଣ୍ୟ ଜୟନ୍ତୀ ଅବସରରେ ୨୦୨୫ ମସିହାକୁ ଜନଜାତି ଗୌରବ ବର୍ଷ ରୂପେ ପାଳନ କରିବା ନିମନ୍ତେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏହିକ୍ରମରେ ନଭେମ୍ବର ୧୫ ତାରିଖରେ ଓଡ଼ିଶାର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୨୪୦୮ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୬୬୭ଟି ଆଦିବାସୀ ବହୁଳ ରାଜସ୍ୱ ଗ୍ରାମରେ ସ୍ଵତନ୍ତ୍ର ପଲ୍ଲୀସଭା ଆୟୋଜନ କରାଯିବ । ଏହାସହିତ ଜଙ୍ଗଲ ଅଧିକାର ଆଇନ ୱେବ୍‌ ପୋର୍ଟାଲର ଶୁଭାରମ୍ଭ କରାଯାଇ ପଟ୍ଟା ଆବଣ୍ଟନ କରାଯିବ । ଏହାସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ ।

ବର୍ଷ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଆଦିବାସୀ ହସ୍ତତନ୍ତ ଓ ହସ୍ତଶିଳ୍ପର ସମ୍ବଳିତ ବିଭିନ୍ନ କାର୍ଯ୍ୟକ୍ରମ, ଆଦିବାସୀ ହସ୍ତଶିଳ୍ପୀ ମାନଙ୍କ ବିଭିନ୍ନ ଉତ୍ପାଦର ପ୍ରସାର ଓ ମାର୍କେଟିଂ ପାଇଁ କାର୍ଯ୍ୟକ୍ରମ, ସିକିଲ ସେଲ୍‌ ଆନାମିଆ ରୋଗ ସମ୍ପର୍କରେ ସଚେତନତା, ଆଦିବାସୀ କବି ଓ ଲେଖକ ମାନଙ୍କ ସମ୍ମିଳନୀ, ଜଙ୍ଗଲ ଅଧିକାର ଆଇନ ଉପରେ ୱାର୍କସପ୍‌, ଆଦିବାସୀ ମାନଙ୍କ ପାରମ୍ପରିକ ସ୍ଵାସ୍ଥ୍ୟସେବା ଜ୍ଞାନର ପ୍ରଚାର ପାଇଁ ସମ୍ମିଳନୀ ଇତ୍ୟାଦିର ଆୟୋଜନ କରାଯିବ । ଏହାସହିତ ବିଭିନ୍ନ ବିଭାଗ ପକ୍ଷରୁ ଅନ୍ୟାନ୍ୟ କାର୍ଯ୍ୟକ୍ରମମାନ ମଧ୍ୟ ପ୍ରସ୍ତୁତ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking