26.1 C
Bhubaneswar
Wednesday, May 31, 2023
Homeଦେଶ ବିଦେଶନୂଆ ସଂସଦ ଭବନ ଉଦ୍‌ଘାଟନ ଅବସରରେ କେନ୍ଦ୍ର ସରକାର ଜାରି କରିବେ ୭୫ ଟଙ୍କିଆ ମୁଦ୍ରା

ନୂଆ ସଂସଦ ଭବନ ଉଦ୍‌ଘାଟନ ଅବସରରେ କେନ୍ଦ୍ର ସରକାର ଜାରି କରିବେ ୭୫ ଟଙ୍କିଆ ମୁଦ୍ରା

ନୂଆଦିଲ୍ଲୀ: ନୂଆ ସଂସଦ ଭବନ ଉଦ୍‌ଘାଟନ ଅବସରରେ କେନ୍ଦ୍ର ସରକାର ୭୫ ଟଙ୍କିଆ ସ୍ମାରକୀ ଧାତବ ମୁଦ୍ରା (କଏନ୍‌) ଜାରି କରିବେ ବୋଲି ଗୁରୁବାର ଦିନ ଅର୍ଥ ମନ୍ତ୍ରାଳୟ ସୂଚନା ଦେଇଛି। ମେ ୨୫ ତାରିଖରେ ଜାରି କରାଯାଇଥିବା ‘ଗେଜେଟ୍‌’ ବିଜ୍ଞପ୍ତିରେ ଅର୍ଥମନ୍ତ୍ରାଳୟ କହିଛି ଯେ, ‘କଏନେଜ୍‌ ରୁଲ୍‌ସ୍‌, ୨୦୨୩’ ଅନୁଯାୟୀ ଏହି ସ୍ମାରକୀ ମୁଦ୍ରା ଜାରି କରାଯିବ। ନୂଆ ସଂସଦ ଭବନ ଉଦ୍‌ଘାଟନ ଉତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ କର୍ତ୍ତୃତ୍ବରେ ଜାରି ହେବାକୁ ଥିବା ଏହି ୭୫ ଟଙ୍କିଆ ଧାତବ ମୁଦ୍ରା ଟଙ୍କାଶାଳରେ ନିର୍ମାଣ କରାଯିବ।

୫୦% ରୁପା, ୪୦% ତମ୍ବା, ୫% ନିକେଲ୍‌ ଏବଂ ୫% ଦସ୍ତା ଧାତୁ ସମିଶ୍ରଣରେ ଏହି ୭୫ ଟଙ୍କିଆ ମୁଦ୍ରା ନିର୍ମାଣ କରାଯିବ। ୪୪ ମିଲିମିଟର୍‌ ଗୋଲେଇବିଶିଷ୍ଟ ଏହି ଧାତବ ମୁଦ୍ରାରେ ରହିବ ୨୦୦ଟି ଦାନ୍ତି। ଏହାର ସମ୍ମୁଖ ପାର୍ଶ୍ବରେ ରହିବ ଅଶୋକ ସ୍ତମ୍ଭରେ ଥିବା ଜାତୀୟ ସଙ୍କେତ ସିଂହ। ତା’ ତଳକୁ ଥିବ ଦେବନାଗରୀ ଲିପିରେ ଲିଖିତ ‘ସତ୍ୟମେବ ଜୟତେ’। ସେହିପରି, ମୁଦ୍ରାର ବାମ ଗୋଲାର୍ଦ୍ଧ ପଟକୁ ରହିବ ଦେବନାଗରୀ ଲିପିରେ ଲିଖିତ ଶବ୍ଦ ‘ଭାରତ’ ଏବଂ ଡାହାଣ ଗୋଲାର୍ଦ୍ଧ ପାର୍ଶ୍ବକୁ ରହିବ ଇଂରାଜୀ ଲିପିରେ ଲିଖିତ ଶବ୍ଦ ‘ଇଣ୍ଡିଆ’। ପୁଣି, ଜାତୀୟ ସଙ୍କେତ ସିଂହ ତଳକୁ ଭାରତୀୟ ଟଙ୍କାର ସଙ୍କେତ (“₹”) ଏବଂ ଇଂରାଜୀ ସଂଖ୍ୟାରେ ଉଲ୍ଲେଖ ଥିବ ୭୫।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking