ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଏବେ ରାଜ୍ୟ ରାଜନୀତି ଜୋର ଧରିଛି । ବିରୋଧୀ ବିଜେଡି ଓ କଂଗ୍ରେସ ଏହି ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।
ଏହାରି ଭିତରେ ପ୍ରମୁଖ ବିରୋଧୀ ଦଳ ବିଜୁ ଜନତା ଦଳ ପକ୍ଷରୁ ଭୁବନେଶ୍ୱର ବନ୍ଦ ଡାକରା ଦିଆଯାଇଛି । ଆସନ୍ତା ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି । ଏନେଇ ବିଜେଡି ନେତା ଦେବୀପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି ।