39.8 C
Bhubaneswar
Thursday, April 18, 2024
Homeଓଡିଶାଯାଜପୁରରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି

ଯାଜପୁରରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ରୋଗି ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲ୍ଲାର ୫୭ବର୍ଷ ପୁରୁଷ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି । ଆଜି ୩.୦୦ ସୁଦ୍ଧା ଯାଜପୁର ଜିଲ୍ଲାରେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ଏହାକୁ ମିଶାଇ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୫୪ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକତ୍ସିତ ହେଉଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟ ପାଇଁ ମଧ୍ୟ ଖୁସି ଖବର ଆସିଛି । ଜଣେ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାରେ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ବାଲେଶ୍ୱର ସୁସ୍ଥ ହେଲେ ୫ଜଣ । ଅନ୍ୟ ୨୦ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
ସୂଚନା ଯୋଗ୍ୟ, ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ଓ ଜଣେ ଖୋର୍ଦ୍ଧା ଜିଲ୍ଲା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ବାଲେଶ୍ୱର ଜିଲ୍ଲାର ଚିହ୍ନଟ ହୋଇଥିଲେ । ଯାଜପୁର ଜିଲ୍ଲାର ଜଣେ । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ସୁସ୍ଥ ଅଛନ୍ତି ୬୧ଜଣ । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୧୧୭ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତିି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking