26.1 C
Bhubaneswar
Friday, March 29, 2024
Homeଓଡିଶାବାଲେଶ୍ୱରରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ

ବାଲେଶ୍ୱରରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି । ଏଡାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ କୁ ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ଛୁଇଁଛି । ସେଥିମଧ୍ୟରୁ ୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଯୋଗ୍ୟ, ଆଜି ସକାଳେ ଗଞ୍ଜାମ ଜିଲ୍ଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ ଏବଂ ଝାରସୁଗୁଡ଼ାରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ଆଜି ୧୨.୩୦ ସୁଦ୍ଧା ରାଜ୍ୟରେ ୪ଜଣ କରୋନା ରୋଗୀ ଚିହ୍ନଟ ହୋଇ ସାରିଲେଣି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୫୬ଜଣ ସୁସ୍ଥ ହୋଇଛନ୍ତି । ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୧୦୪ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/03/one-more-corona-positive-in-odisha-3/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking