40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଆଜି ସୁଦ୍ଧା ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ହୋଇଛି । ମୃତକ ପୁରୀ ଜିଲ୍ଲାର ୬୦ ବର୍ଷୀୟ ପୁରୁଷ ଆକ୍ରାନ୍ତ ବୋଲି ସୂଚନା ମିଳିଛି । ଡ଼ାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଫୁସ୍‌ଫୁସ୍ ସମ୍ବନ୍ଧୀୟ ରୋଗରେ ପିଡ଼ୀତ ଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ,ରାଜ୍ୟରେ ଆଉ ୧୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୧୭୯ଜଣଙ୍କ ମଧ୍ୟରୁ ୧୫୦ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାେବେଳ ଅନ୍ୟ ୨୯ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋଗ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ପୁରୀ ଜିଲ୍ଲାରୁ ମୋଟ ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୦୮ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।ରାଜ୍ୟରେ ବତ୍ତର୍ମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୨୯୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୫୪୩ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଆଉ ଜଣଙ୍କର ମୃତ ଜନିତ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking