31.1 C
Bhubaneswar
Friday, March 29, 2024
Homeଓଡିଶାସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ବର୍ଷକର ଶିଶୁ, ଭେଂଟିଲେଟରରେ ଥିଲେ ଆଠ ଦିନ

ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ବର୍ଷକର ଶିଶୁ, ଭେଂଟିଲେଟରରେ ଥିଲେ ଆଠ ଦିନ

ଭୁବନଶ୍ୱର: କରୋନା ମହାମାରୀର କରାଳ ଛାୟା ଶିଶୁମାନଙ୍କୁ ଅଧିକ ପ୍ରଭାବିତ କରିବା ସମ୍ଭାବନା ରହିଥିବା ବେଳେ
ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଗୁରୁତର ହୋଇପଡ଼ିଥିବା ବର୍ଷକର ଶିଶୁ । କରୋନା ସଂକ୍ରମିତ ଶିଶୁଟି
ଦୀର୍ଘ ୮ ଦିନ ଧରି ଭେଂଟିଲେଟରରେ ରହିବା ପରେ ସୁସ୍ଥ ହୋଇ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି ।
ବାଲେଶ୍ୱର ନୀଳଗିରି ଅଂଚଳର ଏକ ବର୍ଷର ଶିଶୁ ଅମନ୍ ପଟ୍ଟନାୟକ ଗତ ୨୧ ତାରିଖରେ କରୋନା ସଂକ୍ରମିତ ହେବା ପରେ
ଗୁରୁତର ଅବସ୍ଥାରେ ତାଙ୍କୁ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତି କରାଯାଇଥିଲା । ହସ୍ପିଟାଲ୍‌ରେ ଭର୍ତି ହେବା ସମୟରେ ପ୍ରବଳ ଜ୍ୱର
ସମେତ ବାତ ରୋଗ ମଧ୍ୟ ଦେଖାଦେଇଥିଲା । ସେଥି ପାଇଁ ଶିଶୁର ଚିକିତ୍ସା କରିବା ଡାକ୍ତର ଓ ନର୍ସମାନଙ୍କ ପାଇଁ ଏକ ବଡ଼
ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା ।
ଶିଶୁପୁତ୍ରଟିକୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ତେବେ ତା’ର ଅବସ୍ଥା ସଙ୍କଟାପନ୍ନ
ହେବାରୁ ସେପ୍ଟେମ୍ବର ୨୨ ତାରିଖ ଦିନ ଭେଂଟିଲେଟରରେ ରଖାଯାଇଥିଲା । ଦୀର୍ଘ ୮ ଦିନ ଧରି ଶିଶୁଟି ଭେଂଟିଲେଟରରେ
ରହିଥିବା ବେଳେ ସମ୍ କୋଭିଡ ଟିମ୍ ଅକ୍ଳାନ୍ତ ପରିଶ୍ରମ କରି ସେବା ଯତ୍ନ ଓ ଉତମ ଚିକିତ୍ସା ଦ୍ୱାରା ଶିଶୁଟିକୁ ସୁସ୍ଥ କରିବାରେ
ସକ୍ଷମ ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବାରୁ ୨୯ ତାରିଖ ଦିନ ଶିଶୁଟିକୁ ଭଂଟିଲେଟରରୁ ବାହାର କରାଯାଇ
ଅକ୍ସିଜେନ୍ ସପୋର୍ଟରେ ରଖାଯାଇଥିଲା । ଶିଶୁଟି ଆଇସିୟୁରେ ରହିଥିବା ବେଳେ ତା’ର ବାପା-ମା ହସ୍ପିଟାଲ୍ ବାହାରେ ରହି
ତା’ର କେବଳ ଆରୋଗ୍ୟ କାମନା କରିଚାଲିଥିଲେ ।
ତେବେ ଏହି ବର୍ଷକର ଶିଶୁଟିର ସବୁ ଦାୟିତ୍ୱ ନେଇଥିଲେ ସମ୍ କୋଭିଡ୍ ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ କର୍ମଚାରୀମାନେ ।
ସେମାନଙ୍କର ଆପ୍ରାଣ ଉଦ୍ୟମ, ନିଷ୍ଠା ଓ ଚିକିତ୍ସା ଫଳରେ ଶିଶୁଟି ସୁସ୍ଥ ହୋଇ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛି ।
ପୁଅ ସୁସ୍ଥ ହେବା ପରେ ସମ୍ କୋଭିଡ୍ ଟିମ୍‌କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ବାପା ଜୟନ୍ତ ପଟ୍ଟନାୟକ । ସେ
କହିଛନ୍ତି ସମ୍ କୋଭିଡ୍ ହସ୍ପିଟାଲ୍‌ର ଉତମ ଚିକିତ୍ସା ବିଷୟରେ ଆଗରୁ କେବଳ ଶୁଣିଥିଲି । କିନ୍ତୁ ମୋ ପୁଅ ସୁସ୍ଥ ହେବା ପରେ
ଏହା ଅନୁଭବ କଲି । ମୋ ପୁଅ ସମ୍ କୋଭିଡ୍ ହସ୍ପିଟାଲ୍‌ରେ ହିଁ ନୂଆ ଜୀବନ ପାଇଛି ବୋଲି ଜୟନ୍ତ କହିଛନ୍ତି ।
କେବଳ ଅମନ୍ ନୁହଁନ୍ତି ତାଙ୍କ ଭଳି ଅନେକ କୋଭିଡ୍ ସଂକ୍ରମିତ ଶିଶୁ ସମ୍ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ
ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking