15.1 C
Bhubaneswar
Thursday, January 15, 2026
Homeଓଡିଶାଜୁଲାଇ ୨୮ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଜଣଙ୍କ ଅନଲାଇନ୍...

ଜୁଲାଇ ୨୮ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଜଣଙ୍କ ଅନଲାଇନ୍ ପଞ୍ଜୀକରଣ ଶେଷ

ଭୁବନେଶ୍ୱର:  ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନ୍ ଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି । ଏହି ଅନଲାଇନ ପଞ୍ଜୀକରଣ ଆଜି ଜୁଲାଇ ୨୫ ତାରିଖ ସକାଳ ୧୦.୦୦ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିଥିଲା । ତେବେ ଆଜି ଅପରାହ୍ଣ ସୁଦ୍ଧା ସମସ୍ତ ପଞ୍ଜୀକରଣ ସରିଥିବା ( ବୁକ୍ ହୋଇସାରିଥିବା) ଜଣାଯାଇଛି । ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି । ସୂଚନା ଯୋଗ୍ୟ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଏଥର ଜୁଲାଇ ୨୮ ତାରିଖ ସୋମବାର ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବାର କାର୍ଯ୍ୟକ୍ରମ ରହିଛି । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବା ବ୍ୟବସ୍ଥା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking