34.1 C
Bhubaneswar
Friday, March 29, 2024
Homeଓଡିଶାବିଧାୟକ ପାଣ୍ଠି ବନ୍ଦ ଓ ୩୦% ଦରମା କାଟ ପାଇଁ ବିରୋଧୀଦଳ ନେତାଙ୍କ ପ୍ରସ୍ତାବ

ବିଧାୟକ ପାଣ୍ଠି ବନ୍ଦ ଓ ୩୦% ଦରମା କାଟ ପାଇଁ ବିରୋଧୀଦଳ ନେତାଙ୍କ ପ୍ରସ୍ତାବ

ଭୁବନେଶ୍ୱର : ସାଂସଦମାନଙ୍କ ଭଳି ରାଜ୍ୟ ସରକାର ବିଧାୟକ ପାଣ୍ଠି ବନ୍ଦ କରିବା ସହ ନିର୍ବାଚିତ ପ୍ରତିନିଧିଙ୍କ ଦରମା ୩୦ ପ୍ରତିଶତ କମ କରିବାକୁ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାୟକ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି । ଏନେଇ ଟ୍ୱିଟ କରି ବିରୋଧୀଦଳ ନେତା ଅନୁରୋଧ କରିଛନ୍ତି ।
ସାରା ଦେଶ ଓ ରାଜ୍ୟ ଏକ ମନ ଏବଂ ଏକ ପ୍ରାଣରେ କରୋନା ଭୂତାଣୁ ସହ ଲଢ଼ୁଛି ।
ଦେଶ ଓ ରାଜ୍ୟର ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ଲୋକ ପ୍ରତିନିଧି ମାନଙ୍କର ଲୋକମାନଙ୍କ ପାଇଁ ବଡ଼ ଭୂମିକା ରହିଛି । ଏଣୁ
ଓଡ଼ିଶାର ସବୁ ବିଧାୟକ ମାନଙ୍କର ବିଧାୟକ ହାତ ପାଣ୍ଠି ଏମଏଲଏ ଲାଡ୍ ଫଣ 2 ବର୍ଷ ପାଇଁ ବନ୍ଦ କରିବାକୁ ମୁଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ।
ଏହାସହ ସବୁ ବିଧାୟକ ଓ ମନ୍ତ୍ରୀ ମାନଙ୍କର ଦରମା ଅନ୍ୟୁନ ଏକ ବର୍ଷ ପାଇଁ 30 ପ୍ରତିଶତ କମ୍ କରିବା ପାଇଁ ଇଚ୍ଛାବ୍ୟକ୍ତ କରିବା ସହ ରାଜ୍ୟ ସରକାର ଏହାକୁ ଲାଗୁ କରନ୍ତୁ ।
ଏମଏଲଏ ଲାଡ୍ ଫଣ୍ଡରୁ ଏବଂ ମନ୍ତ୍ରୀ ଓ ବିଧାୟକଙ୍କ ଦରମା କଟିବାରୁ ଯେଉଁ ଅର୍ଥ ଆସିବ, ଏଥିରେ ଏକ ବିଶେଷ ପାଣ୍ଠି ଗଠନ କରି ଏହାକୁ କରୋନାର ମୁକାବିଲା ପାଇଁ ତଥା ସ୍ୱାସ୍ଥ୍ୟ କ୍ଷେତ୍ରରେ ଦୀର୍ଘମିଆଦି ଯୋଜନା କରି ଖର୍ଚ୍ଚ କରିବା ପାଇଁ ମୁଁ ପ୍ରସ୍ତାବ ଦେଉଛି ।
କେନ୍ଦ୍ର ସରକାର ସାଂସଦ ମାନଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ କରିଛନ୍ତି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ବ୍ୟବସ୍ଥା ଲାଗୁ କରିଛନ୍ତି, ଓଡ଼ିଶାରେ ମଧ୍ୟ ଅନୁରୂପ ଭାବେ ଏହା ତୁରନ୍ତ ଲାଗୁ କରାଯାଉ ।
ରାଜ୍ୟର ବିଭିନ୍ନ ସରକାରୀ ସଂସ୍ଥା ଯଥା ବିକାଶ ପରିଷଦ ଓ ରାଜ୍ୟ ସରକାରଙ୍କ ଉଦ୍ୟୋଗ ଗୁଡ଼ିକରେ ସଭାପତି ଅଧ୍ୟକ୍ଷ ଥିବା ରାଜନୈତିକ ବ୍ୟକ୍ତିବିଶେଷ ମାନେ ମଧ୍ୟ 30 ପ୍ରତିଶତ କମ୍ ଦରମା ନେବାକୁ ମୁଁ ପ୍ରସ୍ତାବ ଦେଉଛି । ବିରୋଧୀଦଳ ନେତା ଟ୍ଵିଟରେ ଏହି ପ୍ରସ୍ତାବ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking