22.1 C
Bhubaneswar
Tuesday, November 17, 2026
Homeଓଡିଶା‘ଆକଭାନ୍’ ପ୍ରଭାବରେ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

‘ଆକଭାନ୍’ ପ୍ରଭାବରେ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ବାତ୍ୟା ‘ଆକଭାନ୍’ ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ଆଶଙ୍କା । ଆସନ୍ତା ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ଭାରତୀୟ ପାଣିପାଗ ବିଭାଗ ଏବଂ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ନଭେମ୍ବର ୧୮ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ।  ଏହି ଜିଲ୍ଲାଗୁଡ଼ିକ ସମେତ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନଭେମ୍ବର ୧୯ରେ ବର୍ଷାର ପ୍ରକୋପ ବଢ଼ିବା ଆଶଙ୍କା ରହିଛି। ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି ।

ସେହିପରି ନଭେମ୍ବର ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, କଟକ ଓ କେନ୍ଦ୍ରାପଡ଼ା ସମେତ ଅନ୍ୟ ଉପକୂଳ ଜିଲ୍ଲାରେ ମଧ୍ୟ ବର୍ଷା ଜାରି ରହିବା ସମ୍ଭାବନା ରହିଛି ।ସମ୍ଭାବ୍ୟ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking