19.1 C
Bhubaneswar
Sunday, February 22, 2026
Homeଓଡିଶା୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ପର‌୍ୟ୍ୟନ୍ତ ବ୍ୟାପିଛି। ପ୍ରଭାବରେ ଗୁରୁବାର ପୂର୍ବାହ୍‌ଣ ସୁଦ୍ଧା ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ‌ବହିପାରେ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking