19.1 C
Bhubaneswar
Monday, November 25, 2024
Homeଓଡିଶାସକ୍ରୀୟ ଲଘୁଚାପ, ବର୍ଷିବ ଜୋର  

ସକ୍ରୀୟ ଲଘୁଚାପ, ବର୍ଷିବ ଜୋର  

ଭୁୁବନେଶ୍ୱର: ସକ୍ରୀୟ ରହିଛି  ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ୱେଲ ମାର୍କଡ ଲୋ ପ୍ରେସର । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆହୁରି ୪ ଘଣ୍ଟା ଜୋର ବର୍ଷିବ । ଏନେଇ ସୂଚନା ଦେଇଛି ପାଣି ପାଗ ବିଭାଗ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ମୂଷଳଧାରାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଓ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଭିନ୍ନ ଜିଲ୍ଲାର ବିଜୁଳି ଘଡ଼ଘଡ଼ି ବି ହୋଇପାରେ । ଆସନ୍ତାକାଲି ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୪ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking