ଭୁବନେଶ୍ୱର : ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ଅରେଞ୍ଜେ ୱାର୍ଣ୍ଣିଂ ଜାରି । ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ଚେତାବନୀ । ଭୁବନେଶ୍ୱର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କଟକ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ । ଆଗାମୀ ୩ ଘଣ୍ଟା ପାଇଁ ସତର୍କ କଲା ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଆଗାମୀ ୨ ଦିନ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶରେ ଲଘୁଚାପ କ୍ଷେତ୍ର ଜାରି ରହିବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୩୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।










