29.1 C
Bhubaneswar
Saturday, May 30, 2026
Homeଓଡିଶାକାଳବୈଶାଖୀ ପାଇଁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ପାଇଁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜଧାନୀ ସହିତ ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। କାଳବୈଶାଖୀଜନିତ ବର୍ଷା ପବନ ଯୋଗୁଁ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଜୁନ ୪ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି ହୋଇଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୬୦ରୁ ୭୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଆଉ କିଛି ଅଞ୍ଚଳରେ ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking