25.1 C
Bhubaneswar
Thursday, October 24, 2024
Homeଓଡିଶାପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡିର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସନ୍ଧ୍ୟା ୭.୩୧ରେ ତାଙ୍କର ପରଲୋକ ହୋଇଛି । ଗତକିଛି ଦିନ ହେବ ଅସୁସ୍ଥତା କାରଣରୁ ଚିକିତ୍ସିତ ହେଉଥିଲେ । ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସେ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିଲେ । ସେ ବିଜେଡି ଟିକେଟରେ ବିଧାୟକ ଭାବେ ଏକାଧିକ ଥର ନିର୍ବାଚିତ ହେବା ସହ ନବୀନ ପଟ୍ଟନାୟକଙ୍କ କ୍ୟାବିନେଟରେ ସାମିଲ ହୋଇଥିଲେ । ୭ ଥର ବିଧାୟକ ରହିଛନ୍ତି ସୂର୍ଯ୍ୟ ନାରାୟଣ ପାତ୍ର । ମୋହନରୁ ୪ ଥର ଏବଂ ଦିଗପହଣ୍ଡିରୁ ସେ ୩ ଥର ବିଧାୟକ ରହିଛନ୍ତି । ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ହୋଇ ନିଜର ଦକ୍ଷତା ଦେଖାଇଥିଲେ। ଷୋଡ଼ଶ ବିଧାନସଭାରେ ସେ ୨୦୧୯ ଜୁନ୍‌ ୧ରୁ ୨୦୨୨ ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ବାଚସ୍ପତି ହୋଇଥିଲେ। ଗଂଜାମ ରାଜନୀତିରେ ସେ ଜଣେ ଚର୍ଚ୍ଚିତ ଚେହେରା ଥିଲେ। ତୃଣମୂଳ ସ୍ତରରେ ସେ ଜଣେ ଭଲ ସଂଗଠକ ଥିଲେ। ତାଙ୍କର ମୃତ୍ୟୁରେ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking