32.1 C
Bhubaneswar
Friday, April 26, 2024
Homeଓଡିଶାଅକ୍ସିଜେନ୍ ସିଲିଣ୍ଡର, ଔଷଧ କଳାବଜାର ପ୍ରସଙ୍ଗ, ମୁଖ୍ୟ ଶାସନ ସଚିବ, ଡିଜିପିଙ୍କୁ ରିପୋର୍ଟ ମାଗିଲେ ଓଏଚ୍‌ଆର୍‌ସି

ଅକ୍ସିଜେନ୍ ସିଲିଣ୍ଡର, ଔଷଧ କଳାବଜାର ପ୍ରସଙ୍ଗ, ମୁଖ୍ୟ ଶାସନ ସଚିବ, ଡିଜିପିଙ୍କୁ ରିପୋର୍ଟ ମାଗିଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର : ରାଜ୍ୟରେ ଅକ୍ସିଜେନ୍ ସିଲିଣ୍ଡର ଏବଂ ଔଷଧ କଳାବଜାରକୁ ନେଇ ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍‌ଆର୍‌ସି) କ୍ଷୋଭ ପ୍ରକାଶ କରିଛନ୍ତି । ରାଜ୍ୟ ମାନବାଧିକାର ଆୟୋଗ ନିଜ ତରଫରୁ ମାମଲା କରି ରାଜ୍ୟ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ସ୍ୱାସ୍ଥ୍ୟବିଭାଗ ଅତିରିକ୍ତ ଶାସନ ସଚିବଙ୍କୁ ଜବାବ ତଲବ କରିଛନ୍ତି । ଅକ୍ସିଜେନ୍ ଏବଂ ଜୀବନ ରକ୍ଷାକାରୀ ଔଷଧର କଳାବଜାର ରୋକିବା ଲାଗି ଉପଯୁକ୍ତ ପଦକ୍ଷେପ ନେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ । କଳାବଜାରଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ଦ୍ୱିତୀୟ ଲହରରେ ଗ୍ରାମାଞ୍ଚଳ ଅଧିକ ପ୍ରଭାବିତ ହେଉଥିବାରୁ ତୁରନ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) ଖୋଲିବାକୁ ମୁଖ୍ୟ ଶାସନ ସଚିବଙ୍କୁ କହିଛନ୍ତି କମିଶନ ।

ସେହିପରି ମୃତଦେହର ଅନ୍ତିମ ସଂସ୍କାର ନେଇ ଜାତୀୟ ମାନବାଧିକାର କମିଶନ ଜାରି କରିଥିବା ପରାମର୍ଶକୁ ପାଳନ କରିବାକୁ ମଧ୍ୟ ସରକାରଙ୍କୁ କୁହାଯାଇଛି । ଆସନ୍ତା ଜୁନ୍ ୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସୂଚନାଯୋଗ୍ୟ, ରାଜ୍ୟରେ ଅକ୍ସିଜେନ୍ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାର ଚିକିତ୍ସା କ୍ଷେତ୍ର ପାଇଁ ଅକ୍ସିଜେନ୍ ଉତ୍ପାଦନ, ଗଚ୍ଛିତ ଓ ଯୋଗାଣକୁ ସୁବ୍ୟବସ୍ଥିତ କରିବା ନିମନ୍ତେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ୯ଜଣିଆ ରାଜ୍ୟସ୍ତରୀୟ ଟାସ୍କଫୋର୍ସରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ପୂର୍ତ୍ତ ବିଭାଗର ସଚିବ, ଓଡ଼ିଶା ମେଡିକାଲ ନିଗମର ପରିଚାଳନା ନିର୍ଦ୍ଦେଶକ, ଶିଳ୍ପ ନିର୍ଦ୍ଦେଶକ, ଡ୍ରଗ୍ସ ନିୟନ୍ତ୍ରକ, ଫିକ୍କି ପ୍ରତିନିଧି ଓ ଉତ୍କଳ ଚାମ୍ବର୍ସ ଅଫ୍ କମର୍ସ(ୟୁସିସିଆଇ)ର ପ୍ରତିନିଧିଙ୍କୁ ସଦସ୍ୟ ଭାବେ ସାମିଲ୍ କରାଯାଇଛି । ଏହି ଟାସ୍କଫୋର୍ସର ସଦସ୍ୟ ଆବାହକ ଭାବେ ଇପିକଲ୍ ପରିଚାଳନା ନିର୍ଦ୍ଦେଶକ କାର୍ଯ୍ୟ ତୁଲାଇବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking