ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ଦିଆଯିବ ୧ ହଜାର ଟଙ୍କା । ତୋଳାଳିଙ୍କୁ ୧ ହଜାର , ସିଜିନାଲ ଷ୍ଟାଫ୍ଙ୍କୁ ୧୫ ଶହ ଲେଖାଏଁ ମିଳିବ । ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯାଇଛି ।
ଆମ ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ଅଛନ୍ତି । ଏମାନେ ଗରିବ ଲୋକ, ବହୁ ଜନଜାତି ମା ମାନେ ମଧ୍ୟ କେନ୍ଦୁପତ୍ର ତୋଳିବା କାମ କରନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୋ ସରକାର ସବୁବେଳେ କାମ କରି ଆସୁଛି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ବୋନସ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟ ମାନଙ୍କ ପାଇଁ ମଡେଲ ହୋଇଛି । ଗତ ସପ୍ତାହ ମଧ୍ୟରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳୀ ମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନି ତିନିଥର ଆଲୋଚନା କରିଥିଲେ। ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ସ୍ବାର୍ଥ କୁ ଦୃଷ୍ଟି ରେ ରଖି ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରୁଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫ ଓ ବାଇଣ୍ଡରଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।
ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।
କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ।
ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।
ସର୍କଲ ଚେକ୍ରସ୍ ଓ ବାଇଣ୍ଡିଂ ଚେକର୍ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।
ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।
କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସଟି ରଖିଛନ୍ତି । ଏହା ବହୁତ ଅଧିକ ।
କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ଏମାନେ ସମସ୍ତେ ଗରିବ ଲୋକ । ତେଣୁ କେନ୍ଦୁପତ୍ର ଉପରୁ ଜିଏସଟି ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ବାରମ୍ଵାର ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗରିବ ଲୋକଙ୍କ ହିତ ଦୃଷ୍ଟି ରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରୁଛନ୍ତି ।
ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲା ଓଡ଼ିଶା କେନ୍ଦୁ ପତ୍ର କର୍ମଚାରୀ ସଂଘ । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ୧୨ ଦଫା ଦାବି ପତ୍ର ଦେଇଥିଲା ସଂଘ । ଆଜି ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ।