29.1 C
Bhubaneswar
Sunday, March 16, 2025
Homeଓଡିଶାପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗ

ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗ

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷରେ ଆଖିବୁଜିଲେ କବି ରମାକାନ୍ତ ରଥ । ‘ଶ୍ରୀରାଧା’ କବି ଭାବେ ପରିଚିତ ଥିଲେ ରମାକାନ୍ତ ରଥ ।  ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତ ରଥଙ୍କ ପରଲୋକ ହୋଇଛି । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ । ରେଭେନ୍ସା କଲେଜରୁ ଇଂରାଜୀରେ ସ୍ନାତକ ହାସଲ କରିବା ପରେ ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ ଏବଂ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ଏହି ସମୟରେ ତାଙ୍କର କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ଋତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁବାଦିତ ହୋଇଥିଲା ।  ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ ରମାକାନ୍ତ । ବରେଣ୍ୟ କବି ରମାକାନ୍ତ ରଥଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking