32.1 C
Bhubaneswar
Friday, April 26, 2024
Homeଓଡିଶାପହଣ୍ଡିରେ ରଥକୁ ଯାଉଛନ୍ତି ଜଗତର ନାଥ ଜଗନ୍ନାଥ

ପହଣ୍ଡିରେ ରଥକୁ ଯାଉଛନ୍ତି ଜଗତର ନାଥ ଜଗନ୍ନାଥ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି। ଏବେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଚାଲିଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଥିଲା ପ୍ରଭୁ ଶ୍ରୀ ବଳଦେବଙ୍କ ପହଣ୍ଡିବିଜେ ନୀତି। ଧାଡ଼ି ପହଣ୍ଡି ନୀତିରେ ସେବାୟତମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣିଥିଲେ। ପ୍ରଭୁ ବଳଭଦ୍ର ଇତି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି। ଏହା ପୂର୍ବରୁ ଶ୍ରୀସୁଦର୍ଶନ ରଥ ଉପରେ ବିରାଜମାନ କରିସାରିଛନ୍ତି।

ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଥିଲା। ବଳଭଦ୍ରଙ୍କ ପରେ ଶ୍ରୀନଅରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା। ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ପହଣ୍ଡିରେ ବାହାରିଥିଲେ । ଶେଷରେ ଭକ୍ତଙ୍କୁ ନ ପାଇ ମନକୁ ମାରି ରତ୍ନବେଦୀରୁ ଓହ୍ଲାଇ ଆସିଛନ୍ତି ଶ୍ରୀ ଶ୍ରୀ ଜଗନ୍ନାଥ, ତଥାପି ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥଆଡକୁ ଅଗ୍ରସର ହେଉଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking