27.1 C
Bhubaneswar
Thursday, June 27, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ

ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ

ନୂଆଦିଲ୍ଲୀ : ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସୋମବାର ତୃତୀୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରବିବାର ସନ୍ଧ୍ୟା ୭.୧୫ ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ଲୋକସଭା ନିର୍ବାଚନରେ ଏନଡିଏ ବହୁମତ ପାଇବା ପରେ ଦେଶର ସରକାର ଗଠନ କରିଛି । ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରି କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି ନରେନ୍ଦ୍ର ମୋଦି । ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଉଛନ୍ତି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ସରିଫ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟ କରି ଲେଖିଛନ୍ତି, ”ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା । ଗତକାଲି ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ସାମିଲ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking