31.1 C
Bhubaneswar
Monday, March 23, 2026
Homeଦେଶ ବିଦେଶସତ ମାନିଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରା

ସତ ମାନିଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରା

ନୂଆଦିଲ୍ଲୀ: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ସ୍ୱୀକାରୋକ୍ତି ସାମ୍ନାକୁ ଆସିଛି। ପ୍ରାରମ୍ଭିକ ତଦନ୍ତରେ ସବୁ ସତ ମାନିଛନ୍ତି ଜ୍ୟୋତି ମଲହୋତ୍ରା । ପାକିସ୍ତାନ ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଥିବା କଥା ପ୍ରାରମ୍ଭିକ ଜେରା ବେଳେ ସ୍ୱୀକାର କରିଛନ୍ତି ଜ୍ୟୋତି । କେବଳ ସେତିକି ନୁହେଁ ଦେଶ ସୁରକ୍ଷା ନେଇ ଗୁପ୍ତ ତଥ୍ୟ ପାକିସ୍ତାନ ଗୁପ୍ତଚରଙ୍କୁ ଦେଇଥିବା କଥା ସ୍ୱୀକାର କରିଛନ୍ତି ଜ୍ୟୋତି ।

ସେ ପାକିସ୍ତାନ ଯିବାଠାରୁ ଆରମ୍ଭ କରି ସେଠାରେ ଗୁଇନ୍ଦା ଅଧିକାରୀଙ୍କ ସମ୍ପର୍କରେ କେମିତି ଆସିଲେ ଓ କେଉଁଭଳି ଭାବେ ସବୁ ଗୁପ୍ତ ତଥ୍ୟ ସେ ସେୟାର କରୁଥିଲେ ସେ କଥା ସ୍ୱୀକାର କରିଛନ୍ତି ଜ୍ୟୋତି ମଲହୋତ୍ରା । ଜ୍ୟୋତି ଯୋଗାଯୋଗ ପାଇଁ କେଉଁ ପ୍ଲାଟଫର୍ମ ବ୍ୟବହାର କରୁଥିଲେ ତାହା ମଧ୍ୟ କହିଥିଲେ। ସେ ବିବୃତ୍ତିରେ କହିଛନ୍ତି, “ମୁଁ ହ୍ୱାଟ୍ସଆପ୍, ସ୍ନାପଚଟ୍ ଏବଂ ଟେଲିଗ୍ରାମ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ ସମସ୍ତଙ୍କ ସହିତ ନିରନ୍ତର ଯୋଗାଯୋଗରେ ଥିଲି। ମୁଁ ସେମାନଙ୍କ ମାଧ୍ୟମରେ ଦେଶ ବିରୋଧୀ ସୂଚନା ପଠାଇଥିଲି। ମୁଁ ଦିଲ୍ଲୀରେ ପାକିସ୍ତାନ ହାଇକମିଶନରେ ଅଧିକାରୀ ଦାନିଶଙ୍କୁ ଅନେକ ଥର ଭେଟିଥିଲି।”

ସେପଟେ ଫରେନ୍ସିକ ଯାଞ୍ଚ ବେଳେ ଜ୍ୟୋତିଙ୍କ ମୋବାଇଲରୁ ଭାରତୀୟ ସେନା ସହ ଜଡ଼ିତ ତଥ୍ୟ ହସ୍ତଗତ ହୋଇଛି । ସେହିପରି ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନୀ ଦୂତାବାସ ଅଧିକାରୀଙ୍କ ସହ କରିଥିବା ହ୍ବାଟ୍ସଆପ୍ ଚାଟିଂ ମଧ୍ୟ ଜ୍ୟୋତି ଡିଲିଟ୍ କରିଥିବା ଫରେନ୍ସିକ ଯାଞ୍ଚବେଳେ ଜଣାପଡିଛି । ସାଇରନ୍ ବାଜିବାଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କୁ ପଠାଯାଇଥିବା ବ୍ଲାକ୍‌ଆଉଟ୍ ସଂକ୍ରାନ୍ତ ସବୁ ତଥ୍ୟ ପାକ୍ ଅଧିକାରୀଙ୍କ ସହ ସେୟାର କରିଥିଲେ ଜ୍ୟୋତି । ଯାହାକୁ ପରେ ଡିଲିଟ୍ କରିଦେଇଥିଲେ । ମାତ୍ର ଏବେ ଫରେନ୍ସିକ୍ ଯାଞ୍ଚ ପରେ ଧିରେ ଧିରେ ଜ୍ୟୋତିଙ୍କ ସବୁ ଷଡ୍‌ଯନ୍ତ୍ର ଧରାପଡୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking