34.1 C
Bhubaneswar
Friday, March 29, 2024
Homeଓଡିଶାବିଳମ୍ବ ହେବ ପଂଚାୟତ ନିର୍ବାଚନ

ବିଳମ୍ବ ହେବ ପଂଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଂଚାୟତ ନିର୍ବାଚନ ବିଳମ୍ବ ହୋଇପାରେ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ ବୋଲି କହିଛନ୍ତି । ପଂଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୦ରେ ସରିବ । ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା । ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଆମେ ଚିଠି କରିଛୁ ବୋଲି କହିଛନ୍ତି । ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ । ଏଯାଏ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ । ସେହି ଦୃଷ୍ଟିରୁ ରାଜ୍ୟରେ ପଂଚାୟତ ନିର୍ବାଚନ ବିଳମ୍ବ ହେବା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking