ଅନୁଗୁଳ : ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS । ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ GRS ଯଦୁମଣି ମାଝୀ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଘର କରେଇଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରର ଫାଇନାଲ ବିଲ ସହ ବୋନସ ଅର୍ଥ ଦେବାପାଇଁ ପୋଡ଼ପୋଡ଼ା ଗାଁର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଜିଆରଏସ୍ ଯଦୁମଣି ମାଝୀ ।