33.1 C
Bhubaneswar
Thursday, April 25, 2024
Homeଓଡିଶାପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

ଢେଙ୍କାନାଳ : ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ବାରୁହାଁ ପଞ୍ଚାୟତରେ ଘଟିଯାଇଛି । ବାରୁହାଁ ପଞ୍ଚାୟତର ସମିତି ସଭ୍ୟଙ୍କୁ ଜାମୁଝରା ନିକଟରେ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୀପକ ମହନ୍ତଙ୍କୁ ଗୁଳିମାରି ହତ୍ୟା କରାଯାଇଥିଲା । କାରରେ ବାରୁହାଁରୁ କାମାକ୍ଷାନଗର ଆସୁଥିବା ବେଳେ ହୋଇଥିଲା ଏହି ଗୁଳିମାଡ଼ । ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking