26.1 C
Bhubaneswar
Thursday, March 26, 2026
Homeଓଡିଶାପଞ୍ଚାୟତରାଜ ବାବୁଙ୍କର ୮ଟି ସ୍ଥାନରେ ଚଢ଼ାଉ

ପଞ୍ଚାୟତରାଜ ବାବୁଙ୍କର ୮ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର : ପଞ୍ଚାୟତରାଜ ବାବୁଙ୍କର ୮ଟି ସ୍ଥାନରେ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ରମେଶଙ୍କ ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ମହଲା ବିଶିଷ୍ଟ କୋଠା, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ ଅଫିସ୍ ଚାମ୍ବରର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉରେ ୮ ଜଣ ଡିଏସିପି, ୩ଜଣ ଇନ୍ସପେକ୍ଟର,୧୦ ଜଣ ଏଏସ୍‌ଆଇ ସମେତ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି । ରମେଶ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking