28.1 C
Bhubaneswar
Saturday, July 27, 2024
Homeଓଡିଶାଆଜିଠୁ ପଞ୍ଚୁକ ଆରମ୍ଭ,୫ ଦିନରେ ଦାରୁ ଦେବତାଙ୍କର ହେବ ୫ ବେଶ

ଆଜିଠୁ ପଞ୍ଚୁକ ଆରମ୍ଭ,୫ ଦିନରେ ଦାରୁ ଦେବତାଙ୍କର ହେବ ୫ ବେଶ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ପଞ୍ଚୁକ। ଯେଉଁ ମାନେ ମାସକ ଯାକ କାର୍ତ୍ତିକ ବ୍ରତ କରି ନଥାନ୍ତି ସେହିମାନେ ଏହି ପଞ୍ଚୁକ ପାଞ୍ଚଦିନ ନିଷ୍ଠାର ସହ ବ୍ରତ ପାଳନ କଲେ ସମପରିମାଣର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି | ପଞ୍ଚୁକ ପାଞ୍ଚ ଦିନରେ ଦାରୁ ଦେବତାଙ୍କର ୫ ଟି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି। ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍ ଆଜି ବଡ଼ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ।

ଅବକାଶ ନୀତି ପରେ ପାଟବସ୍ତ୍ର, ସ୍ୱର୍ଣ୍ଣ ଅଳଙ୍କାର ଓ ପୁଷ୍ପମାଲ୍ୟ ପରିଧାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ସେହିପରି ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶ ଓ ପୂର୍ଣ୍ଣିମୀରେ ରାଜରାଜେଶ୍ୱରୀ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପଞ୍ଚୁକ ପାଞ୍ଚ ଦିନ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏଁ ବ୍ୟାରିକେଟ ବଢାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking