28.9 C
Bhubaneswar
Thursday, April 9, 2026
Homeଓଡିଶାପାଣ୍ଡିଆନ୍‌ଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ

ପାଣ୍ଡିଆନ୍‌ଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ

ଭୁବନେଶ୍ୱର : ୨୦୨୪ ନିର୍ବାଚନ ବେଳେ ଓ ତା ପୂର୍ବରୁ ବିଜେଡି ନେତା ଭି,କେ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ରାଜ୍ୟରେ ବିଜେପି ସରକାର ଆକ୍ସନମୋଡକୁ ଆସିଛନ୍ତି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କି ପାଣ୍ଡିଆନ ହେଲିକାପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି । ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି । ହେଲିପ୍ୟାଡ଼ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ । କିଏ ନିର୍ଦେଶ ଦେଇଥିଲା ଏବଂ କେମିତି ନିର୍ଦେଶ ଦେଇଥିଲା । ବିଭଗୀୟ ସଚିବ ଯାହାର ହେଲିକପ୍ଟର ବ୍ୟବହାର କରିବାର ପ୍ରବଧାନ ନାହିଁ, ସରକାର କେମିତି ଅନୁମତି ଦେଇଥିଲେ, ହେଲିକପଟର ଅବତାରଣ କରିବା ପାଇଁ ପ୍ରୋସେସ କରିଥିଲେ, ଏ ସବୁ ତଦନ୍ତ ପରିସରଭୁକ୍ତ ହେବ । ତଦନ୍ତ କରାଯାଇ ଦଣ୍ଡବିଧାନ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking