34.1 C
Bhubaneswar
Thursday, March 20, 2025
Homeଓଡିଶାଆର୍ଥିକ ଅନଗ୍ରସର ବ୍ୟକ୍ତିର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟକରୁଥିଲେ ପଣ୍ଡିତ ଦୀନଦୟାଲ: ମନମୋହନ ସାମଲ

ଆର୍ଥିକ ଅନଗ୍ରସର ବ୍ୟକ୍ତିର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟକରୁଥିଲେ ପଣ୍ଡିତ ଦୀନଦୟାଲ: ମନମୋହନ ସାମଲ

ଭୁବନେଶ୍ୱର: ସ୍ୱଦେଶୀ ଭାବନା ଓ ଭାରତୀୟ ସଂସ୍କୃତି ଆଧାରିତ ରାଷ୍ଟ୍ରଚିନ୍ତନକୁ ଦୃଢ ଓ ତଥ୍ୟ ପୂର୍ଣ୍ଣ ଅର୍ଥରେ ପରିପ୍ରକାଶ କରି ଏହାର ମହାନତାକୁ ସାବ୍ୟସ୍ତ କରିବା ହେଲା ଏକାତ୍ମ ମାନବବାଦର ମୂଳ ଲକ୍ଷ୍ୟ । ଭାରତୀୟ ଜନସଂଘ ଦଳର ନୀତି ଓ ସିଦ୍ଧାନ୍ତ ଉପସ୍ଥାପନା କରିବାକୁ ଯାଇ ପଣ୍ଡିତ୍ ଦୀନଦୟାଲଜୀ ଏକାତ୍ମ ମାନବବାଦ ଦର୍ଶନ ପ୍ରସ୍ତୁତ କରିଥିଲେ । ୧୯୮୫ ମସିହାରେ ଭାରତୀୟ ଜନତା ପାର୍ଟି ଏହାକୁ ନିଜର ବୈଚାରିକ ସିଦ୍ଧାନ୍ତ ଭାବରେ ଗ୍ରହଣ କରି ପଂଚନିଷ୍ଠାରେ ସ୍ଥାନୀତ କରିଛି । ପରବର୍ତୀ ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀ ଏବଂ ବର୍ତମାନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏହି ମହାନ ଦର୍ଶନକୁ ଆଧାର କରି ଦେଶ ତଥା ଦେଶବାସୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି । ସମାଜ ଓ ସେବା ପାଇଁ ସମର୍ପିତ ଥିବା ଭାରତୀୟ ଜନସଂଘ ପାର୍ଟିର ସହ ସଂସ୍ଥାପକ ତଥା ଭାରତୀୟ ଜନସଂଘର ପ୍ରଥମ ସଂଗଠନ ସଂପାଦକ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଆଜି ହେଉଛି ୫୭ତମ ପୂଣ୍ୟତିଥି । ଆଜିର ଦିନକୁ ଭାରତୀୟ ଜନତା ପାର୍ଟୀ ତରଫରୁ ସମଗ୍ର ଦେଶରେ ସମର୍ପଣ ଦିବସ ଭାବେ ପାଳନ କରାଯାଉଛି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସମର୍ପଣ ଦିବସ ଅବସରରେ ଶ୍ରୀ ସାମଲ କହିଛନ୍ତି ଯେ, “ଅନ୍ତ୍ୟୋଦୟ ଦର୍ଶନ”ର ପରିକଳ୍ପନା ଓ ପ୍ରଣୟନ ପଣ୍ଡିତ ଦୀନଦୟାଲଜୀଙ୍କର ଏକ ଅଭୂତପୂର୍ବ ସଫଳତା । ସମାଜର ଅର୍ଥନୈତିକ ଶିଡିର ସବୁଠାରୁ ତଳ ସୋପାନରେ ଥିବା ଅନଗ୍ରସର ବ୍ୟକ୍ତିର ସର୍ବାଙ୍ଗୀନ ବିକାଶ ପାଇଁ ପଣ୍ଡିତ ଦୀନଦୟାଲ କାର୍ଯ୍ୟ କରୁଥିଲେ । ବର୍ତମାନ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦୀନଦୟାଲଜୀଙ୍କ ଅନ୍ତ୍ୟୋଦୟ ପରିକଳ୍ପନାକୁ ଆଧାର କରି ବହୁ ସଫଳତା ପାଇଛନ୍ତି । ବିଶେଷ ଭାବେ ଦେଶରେ ବସବାସ କରୁଥିବା ଗରିବ ଓ ଆର୍ଥିକ ଅନଗ୍ରସରଙ୍କ ପାଇଁ ବହୁ ଗରିବକଲ୍ୟାଣ ମୂଳକ ଯୋଜନାକୁ ସଫଳତାର ସହିତ କାର୍ଯ୍ୟକାରୀ କରିଛନ୍ତି । ଗ୍ରାମାଂଚଳର ବିକାଶକୁ ପ୍ରାଧାନ୍ୟ, ବାସହୀନ ଗରିବଙ୍କୁ ପକ୍କାଘର, ସମସ୍ତଙ୍କୁ ଶସ୍ତା ବିଜୁଳି ଓ ପାନୀୟ ଜଳ ଯୋଗାଣ, ସମସ୍ତଙ୍କ ଘରେ ପାଇଖାନା ଓ ରୋସେଇ ଗ୍ୟାସ ଯୋଗାଣ, ଜାତୀୟ ଜୀବିକା ମିଶନରେ ସମସ୍ତଙ୍କୁ କାମ ଓ ରୋଜଗାର, ମହିଳା ସଶକ୍ତିକରଣ ଆଦି ଗରୀବକଲ୍ୟାଣମୂଳକ କାର୍ଯ୍ୟର ସଫଳ ରୂପାୟନ କରିବା ପଛରେ ପଣ୍ଡିତ ଦୀନଦୟାଲଜୀଙ୍କ ଦର୍ଶନ ଶାସ୍ତ୍ର ହିଁ ମୂଳ ଆଧାର ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଣ୍ଡିତ ଦୀନଦୟାଲଜୀଙ୍କ ଫଟୋଚିତ୍ରରେ ବହୁ ନେତୃବୃନ୍ଦ ଓ କାର୍ଯ୍ୟକର୍ତା ଉପସ୍ଥିତ ରହି ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଏହି ଅବସରରେ ପଣ୍ଡିତ ଦୀନଦୟାଲଜୀଙ୍କ ପ୍ରମୁଖ କାର୍ଯ୍ୟାବଳୀକୁ ସ୍ମରଣ କରି କର୍ମକର୍ତାମାନେ ନିଜକୁ ସାମାଜ ସେବା ପାଇଁ ସମର୍ପଣ କରିବାକୁ ଶପଥ ନେଇଥିଲେ । ଏହି ଅବସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ଶାରଦା ଶତପଥୀ, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ ସଂପାଦକ ସରୋଜ କର, ବରିଷ୍ଠ ନେତା ଅଶୋକ ମିଶ୍ର, ମହେଶ ମହାନ୍ତି, ସୁରଥ ବିଶ୍ୱାଳ, ରାଜେନ୍ଦ୍ର ପଣ୍ଡା, ସୁଜିତ ଦାସ, ବ୍ରଜକିଶୋର ମିଶ୍ର ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଆଜି ରାଜ୍ୟର ସମସ୍ତ ମଣ୍ଡଳସ୍ତରରେ ସମର୍ପଣ ଦିବସ ପାଳନ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking