30 C
Bhubaneswar
Tuesday, June 30, 2026
Homeଓଡିଶାପନ୍ତିବଡ଼ୁ ସେବକ ନିଲମ୍ବିତ

ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏଥିସହ ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବିତ କରାଯାଇଛି।

ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ତାଙ୍କ ପ୍ରବେଶ ଉପରେ ବି ନିଷିଦ୍ଧାଦେଶ ଜାରି କରାଯାଇଛି। ବରିଷ୍ଠ ସେବାୟତଙ୍କୁ ଆକ୍ରମଣ ଘଟଣାରେ ପନ୍ତିବଡ଼ୁ ସେବକ ଚନ୍ଦନଙ୍କ ସଂପୃକ୍ତି ଥିବା ନେଇ ଜଣାପଡ଼ିବା ପରେ ମୁଖ୍ୟ ପ୍ରାଶସକ ଏହି କଡ଼ା କର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପରବର୍ତ୍ତୀ ସମୟରେ ଏହି ଘଟଣାରେ ଯେଉଁମାନେ ସମ୍ପୃକ୍ତି ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସକ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking