37.1 C
Bhubaneswar
Monday, May 18, 2026
Homeଓଡିଶାପୁଣି ପାରଦ ତଳମୁହାଁ: ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା

ପୁଣି ପାରଦ ତଳମୁହାଁ: ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶାରେ ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହର ସହ ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶାର ଦାର୍ଜିଲିଂ। କନ୍ଧମାଳ ଜିଲ୍ଲାର ଘୁମୁସର ଉଦୟଗିରି ସହିତ ଦାରିଙ୍ଗବାଡ଼ି, ଫୁଲବାଣୀ ଠାରୁ ମଧ୍ୟ କମ୍ ତାପମାତ୍ରା ସହ ପ୍ରବଳ ଶୀତ ଅନୁଭୂତ ଅଞ୍ଚଳ ଭାବେ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ରାଜ୍ୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ଘୁ.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରି ସେଲସିୟସ ରେକର୍ଡ ହୋଇଥିବା ବେଳେ ଫୁଲବାଣୀ ୬.୧ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୯ ଡିଗ୍ରି ରେକର୍ଡ ହୋଇଛି। ପ୍ରବଳ ଥଣ୍ଡା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରବଳ ଶୀତ ସାଙ୍ଗକୁ ଜାଡ଼ ଯୋଗୁଁ ଲୋକେ ଘରୁ ବାହାରିବା କଷ୍ଟ ହେଉଛି। ବିଭିନ୍ନ ସଂଗଠନ ତଥା ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ କୃଷି ଶାଖା ପକ୍ଷରୁ ଅସହାୟଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଛି। ଅଞ୍ଚଳରେ ଥିବା ସମସ୍ତ ପ୍ରାକୃତିକ ପର୍ଯ୍ୟଟନ ସ୍ଥାନରେ ଶୀତର ମଜା ନେବା ପାଇଁ ପର୍ଯ୍ୟଟକମାନଙ୍କ ବଣଭୋଜିର ଆସର ଦେଖିବାକୁ ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking